ପ୍ରବଳ ବର୍ଷିବ, ଘଡ଼ଘଡ଼ି ମାରିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବ। ଏପରିକି ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବୋହିବ। ଏହି ସମୟରେ ଘରୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବର୍ଷା ହେବାକୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା। ଏହି […]

rain

rain

Rakesh Mallick
  • Published: Thursday, 26 April 2018
  • Updated: 26 April 2018, 04:19 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବ। ଏପରିକି ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବୋହିବ। ଏହି ସମୟରେ ଘରୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବର୍ଷା ହେବାକୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା। ଏହି ସମୟରେ ଘଡ଼ଘଡ଼ି ମାରିବା ସହିତ ପବନ ବୋହିବ। ପବନର ବେଗ ୫୦ରୁ ୬୦ କିମି ରହିବ। ତେଣୁ ଏହି ସମୟରେ ଘରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ସୂଚନାରୁ ପ୍ରକାଶ, ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। କେନ୍ଦୁଝର ଓ କୋରାପୁଟ୍‌ରେ କୁଆପଥର ବର୍ଷା ହୋଇଥିଲା। ରାସ୍ତା ଉପରେ କୁଆପଥର ଆସ୍ତାରଣ ପଡ଼ିଥିଲା। ଏହା କାଶ୍ମୀର ନା କେନ୍ଦୁଝର ଓ କୋରାପୁଟ୍‌ର ଭ୍ରମ ସୃଷ୍ଟି କରୁଥିଲା। ଏପରିକି କୁଆପଥର ମାଡ଼ରେ ବହୁ ପରିବା ଚାଷ ନଷ୍ଟ ହୋଇଥିଲା। ଏହାକୁ ନେଇ ଚାଷୀ ଚିନ୍ତାରେ ପଡ଼ି ଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos