ଆସନ୍ତାକାଲିଠୁ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲ୍ଲାରେ ଅତି ପ୍ରବଳ ଓ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟ ଭିତରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା କାଲିଠୁ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ […]

Rain-in-Bhubaneswar8888

Manoranjan Sial
  • Published: Friday, 23 August 2019
  • , Updated: 23 August 2019, 04:16 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲ୍ଲାରେ ଅତି ପ୍ରବଳ ଓ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟ ଭିତରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା କାଲିଠୁ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି।

ଆସନ୍ତାକାଲିଠାରୁ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୋଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

ଲଘୁଚାପ ସୃଷ୍ଟି ହୋଇଥିବାରୁ ୨୪ ଓ ୨୫ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ପବନର ବେଗ ବଢ଼ିବ। ତେଣୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ନଯିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related story