ଆଜିଠୁ ୨ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି  ବର୍ଷା ହୋଇପାରେ ।  ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଉପକୂଳବର୍ତ୍ତି ଜିଲ୍ଲା ଏବଂ ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ । ଅପରପକ୍ଷେ, ଆରବ ସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ ବୋଲି ଅନୁମାନ କରାଯାଇଛି । ଭାରତୀୟ […]

Heavy rain

Niharika Rout
  • Published: Friday, 14 May 2021
  • , Updated: 14 May 2021, 12:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି  ବର୍ଷା ହୋଇପାରେ ।  ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ରାଜ୍ୟରେ ଉପକୂଳବର୍ତ୍ତି ଜିଲ୍ଲା ଏବଂ ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ ।

ଅପରପକ୍ଷେ, ଆରବ ସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ ବୋଲି ଅନୁମାନ କରାଯାଇଛି । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ଆରବ ସାଗରରେ ଗୋଟିଏ ଘୂର୍ଣ୍ଣିବଳୟ ଦେଖା ଦେଇଛି  । ତେବେ ଏହା ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ । ଏହା ଆସନ୍ତାକାଲି ସୁଦ୍ଧା ଲାକ୍ଷାଦୀପ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇପାରେ ।

ସାମୁଦ୍ରିକ ଝଡ଼ର ରୂପ ନେବା ପରେ ଏହାର ନାଁ ‘ତାଉକତେ’ ରହିବ ।ଏହା ଘନୀଭୂତ ହେବା ସହ ଉତ୍ତର- ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି।

Related story