ରାତିରେ ବର୍ଷା ଓ ଘଡ଼ଘଡ଼ି ମାରିବ: ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା। ପବନ ବୋହିବା ସହିତ ବଜ୍ରପାତ ବି ହେବ। ଏଥିପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରେ ଝଡ଼ତୋଫାନ ସହ କୁଆପଥର ମାଡ଼ ହେବ। ପବନ ମଧ୍ୟ ବୋହିବ। ପବନର ବେଗ ୫୦ରୁ ୬୦ […]

Rain

Rain

Rakesh Mallick
  • Published: Monday, 28 May 2018
  • Updated: 28 May 2018, 10:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା। ପବନ ବୋହିବା ସହିତ ବଜ୍ରପାତ ବି ହେବ। ଏଥିପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ।

କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରେ ଝଡ଼ତୋଫାନ ସହ କୁଆପଥର ମାଡ଼ ହେବ। ପବନ ମଧ୍ୟ ବୋହିବ। ପବନର ବେଗ ୫୦ରୁ ୬୦ କିମି ବହିବ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟ ଭିତରେ ଆପଣ ଘରକୁ ଫେରିଥିଲେ ସତର୍କତା ଅବଲମ୍ୱନ କରନ୍ତୁ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos