ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ଓ ଭୁବନେଶ୍ୱରରେ ଆଜି ମଧ୍ୟାହ୍ନ ୧୨ଟା ୩୦ ଯାଏଁ ପ୍ରବଳ ବର୍ଷା ହେବ। ଘଣ୍ଟା ପ୍ରତି ୨/୩ ସେମି ପର୍ଯ୍ୟନ୍ତ ବର୍ଷିବ। ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପ୍ରବଳ ବର୍ଷା ଯୋଗୁ ଏହି ସମୟରେ ରାସ୍ତା ଅଳ୍ପ ଦୃଶ୍ୟମାନ ହେବ। ଟ୍ରାଫିକ୍ ସମସ୍ୟା ମଧ୍ୟ ଉପୁଜିପାରେ। ଯେତେ ଦୂର ସମ୍ଭବ ଘରୁ ନ ବାହାରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶରର କାକିନାଡ଼ା ଅତିକ୍ରମ କଲା ତୀବ୍ର ଅବପାତ। ଆଜି ସକାଳ ୬ଟା ୩୦ରୁ ସକାଳ ୭ ଟା ୩୦ ମଧ୍ୟରେ ତୀବ୍ର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି । ଏହି ସମୟରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିଥିଲା । ବେଳେ ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ କିଲୋମିଟର ରହିଥିଲା । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ଦ୍ୱିପ୍ରହର ସୁଦ୍ଧା ଗଭୀର ଅବପାତର ପ୍ରଭାବ କମିଯିବ । ଫଳରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।