ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ବୋହିବ। ଏଥିପାଇଁ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
କାଳବୈଶାଖୀ ପ୍ରଭାବରେ ଆଜି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମାରିବ। ଝଡ଼ ତୋଫାନ ମଧ୍ୟ ହେବ। ପବନ ବୋହିବାର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ରହିବ। ବଜ୍ରପାତକୁ ଆଖିଆଗରେ ରଖି ଘରୁ ନବାହାରିବା ପାଇଁ ଉପରୋକ୍ତ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ସୂଚନାରୁ ପ୍ରକାଶ, ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ଓ ପବନ ହେଉଛି। ଯାହାଦ୍ୱାରା ପ୍ରବଳ କ୍ଷୟକ୍ଷତି ଘଟିଛି। ଏପରିକି ବଜ୍ରପାତରେ ଲୋକଙ୍କର ମୃତ୍ୟୁ ଘଟୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।