ଆସନ୍ତା ୩୦ ଯାଏଁ ଏହି ସବୁ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି। ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି […]

Weather

Weather

Manoranjan Sial
  • Published: Tuesday, 28 September 2021
  • Updated: 28 September 2021, 04:11 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି। ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

https://twitter.com/mcbbsr/status/1442791097512562690?s=20

ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି(୨୯ ତାରିଖ) ସକାଳ ସାଢ଼େ ୮ ଭିତରେ ଉତ୍ତର ଓଡ଼ିଶାରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଗୋଟାଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1442793419630280712?s=20

ସେହିପରି ୨୯ ତାରିଖ ସାକାଳ ସେଢ଼ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ଭିତରେ କେତେକ ଜିଲ୍ଲାରେ ଘଡଘଡ଼ି ମାରିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢ଼େଙ୍କାନାଳ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଛି।

https://twitter.com/mcbbsr/status/1442795688417382410?s=20

ସେହିପରି ୩୦ ତାରିଖ ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି। ସେଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos