ଅବପାତର ରୂପ ନେଲା ଲଘୁଚାପ; ଉପକୂଳ ଓଡ଼ିଶାରେ ଛେଚିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ଏବେ ଗୋପାଳପୁର ଠାରୁ ୩୮୦ କି.ମି. ଦୂରରେ ରହିଛି। ଏହା ପ୍ରଭାବରେ ଆସନ୍ତା ୩୬ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ଏବଂ ସର୍ବାଧିକ ବେଗ ୬୦ କି.ମି.ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି […]

mm

Rakesh Mallick
  • Published: Thursday, 16 November 2017
  • , Updated: 16 November 2017, 07:34 AM IST

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ଏବେ ଗୋପାଳପୁର ଠାରୁ ୩୮୦ କି.ମି. ଦୂରରେ ରହିଛି। ଏହା ପ୍ରଭାବରେ ଆସନ୍ତା ୩୬ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ଏବଂ ସର୍ବାଧିକ ବେଗ ୬୦ କି.ମି.ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆସନ୍ତାକାଲି ଅର୍ଥାତ ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅବଶ୍ୟ ଆଭ୍ୟନ୍ତରୀଣ ସ୍ଥାନଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଥିଲା।

Related story