ବର୍ଷା, ଘନ କୁହୁଡ଼ି ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଖାସକରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାରେ ବର୍ଷା ଅନୁଭୂତ ହୋଇପାରେ। ଅନ୍ୟ କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। […]

Rain

Manoranjan Sial
  • Published: Thursday, 30 December 2021
  • , Updated: 30 December 2021, 07:33 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଖାସକରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାରେ ବର୍ଷା ଅନୁଭୂତ ହୋଇପାରେ। ଅନ୍ୟ କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://twitter.com/mcbbsr/status/1476477050760294407?s=20

କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ କହିବା ଅନୁସାରେ, ବର୍ତ୍ତମାନ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ବର୍ଷା ଅନୁଭୂତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ଘନ କୁହୁଡି ହେବାର ଆଶଙ୍କା ମଧ୍ୟ ରହିଛି। ପାଖାପାଖି ୧୮ ଜିଲ୍ଲାରେ ଘନ କୁହୁଡି ହେବ।

ଆସନ୍ତାକାଲି ଅର୍ଥାତ  ସକାଳ ୮.୩୦ ଯାଏ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାରେ ଘନ କୁହୁଡି ହୋଇପାରେ।

ଠିକ୍‌ ସେହିପରି ନୂଆବର୍ଷର ପ୍ରଥମ ସକାଳରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୪ରୁ ୫ ଦିନ ଯାଏ ରାତିର ତାପମାତ୍ର ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି।

https://twitter.com/mcbbsr/status/1476477798168498176?s=20

ଗତ ୨୪ ଘଣ୍ଟାରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି। ଅବଶିଷ୍ଟ ଓଡ଼ିଶାରେ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ବରଗଡ଼ ଜିଲ୍ଲାର ବିଜେପୁରରେ ସର୍ବାଧିକ ୬୧.୦ ମିମି ବର୍ଷା ହୋଇଛି। ବୌଦ୍ଧ ଜିଲ୍ଲାର ରିଆମାଳରେ କୁଆପଥର ବର୍ଷା ହୋଇଛି। ଠିକ୍‌ ସେହିପରି ପଦ୍ମପୁରରେ ୫୭.୦ ମିମି, ସମ୍ୱଲପୁରରେ ୫୬.୪ ମିମି, ଅତାବିରାରେ ୫୩.୪ ମିମି, ସୋନପୁରରେ ୫୩.୨ ମିମି, ପାଇକମାଳରେ ୫୨.୦ ମିମି ବର୍ଷା ରେକର୍ଡ଼ କରାଯାଇଛି।

https://twitter.com/mcbbsr/status/1476497425166581762?s=20

Related story