/odisha-reporter/media/post_attachments/uploads/2022/07/Heavy-Rain.jpg)
Heavy-Rain
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏଥିପାଇଁ ଉପକୂଳ ଓଡ଼ିଶାଠାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷା ଜାରି ରହିଛି। ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
Advertisment
ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାର ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି । ସେହିପରି ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ହେଲା ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
