ଶୁକ୍ରବାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା କାଲି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷିବ। ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣଂ ଜାରି କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଗଜପତି, ପୁରୀ, କୋରାପୁଟ, ବଲାଙ୍ଗିର, ରାୟଗଡ଼ା, ନୂଆପଡ଼ାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ଜିଲ୍ଲା ତଥା ଗଜପତି, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, […]

rain-1..

Tapas Behera
  • Published: Thursday, 05 September 2019
  • , Updated: 05 September 2019, 05:08 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା କାଲି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷିବ। ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣଂ ଜାରି କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଗଜପତି, ପୁରୀ, କୋରାପୁଟ, ବଲାଙ୍ଗିର, ରାୟଗଡ଼ା, ନୂଆପଡ଼ାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ଜିଲ୍ଲା ତଥା ଗଜପତି, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ାକୁ ୟେଲୋ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୪୮ ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଛି।

Related story