Advertisment

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ଗାଙ୍ଗୀୟ–ପଶ୍ଚିମବଙ୍ଗ ଉପତ୍ୟାକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଆଜି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  #PressRelease in connection with Well marked #LowPressureArea […]

author-image
Manoranjan Sial
ଅଦ୍ୟତନ ହୋଇଛି
ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

Heavy-Rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟାକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଆଜି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

Advertisment

https://twitter.com/mcbbsr/status/1443138241322897410?s=20

https://twitter.com/mcbbsr/status/1443134661996150791?s=20

ଆଜି ସକାଳ ସାଢ଼େ ୮ରୁ ଆସନ୍ତାକାଲି(ଗୁରୁବାର) ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବା ରହିଛି। ସେଥିପାଇଁ କେନ୍ଦୁଝରମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜେ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ଯୋଗୁ ତଳିଆ ଅଞ୍ଚଳର ବର୍ଷା ପାଣି ଜମି ରହିବ। ସୁବର୍ଣ୍ଣରେଖା ଅବବାହିକା ଅଞ୍ଚଳରେ ଜଳ ପତ୍ତନ ବୃଦ୍ଧି ପାଇବ। ସେହିପରି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1443127740584972289?s=20

ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ଭିତରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
Low Pressure Heavy Rain Weather Report