ରାତିରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧା ଅଞ୍ଚଳରେ ଝଡ଼ତୋଫାନ୍‌ ସହ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିପାଇଁ ୨୨ଟି ଜିଲ୍ଲାକୁ ସତର୍କ କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି ରାତି ୯ଟା ୪୫ ମିନିଟ୍‌ ଯାଏଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, […]

25ce3f537dd24000b1f5de63af3

Jitendra Garnayak
  • Published: Friday, 24 August 2018
  • , Updated: 24 August 2018, 02:28 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧା ଅଞ୍ଚଳରେ ଝଡ଼ତୋଫାନ୍‌ ସହ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିପାଇଁ ୨୨ଟି ଜିଲ୍ଲାକୁ ସତର୍କ କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଆଜି ରାତି ୯ଟା ୪୫ ମିନିଟ୍‌ ଯାଏଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ସୁବର୍ଣ୍ଣପୁର, ବଲାଙ୍ଗିର, ଭୁବନେଶ୍ୱର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବାକୁ ଥିବାରୁ ଏହି ସମୟ ଭିତରେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ସତର୍କ କରାଯାଇଛି ପାଣିପାଗ କେନ୍ଦ୍ର।

Related story