୩୦ ସୁଦ୍ଧା ଲଘୁଚାପ ରୂପ, ପ୍ରବଳ ବର୍ଷିବ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ  ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। ସେହିପରି କାଳବୈଶାଖୀ […]

Odisha-Rains-main-1

Odisha-Rains-main-1

Tapas Behera
  • Published: Sunday, 26 April 2020
  • Updated: 26 April 2020, 05:50 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ  ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। ସେହିପରି କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ବଜ୍ରପାତ ଯୋଗୁଁ ଧନଜୀବନ ହାନି ହୋଇଛି।

ଆଜି ଅପରାହ୍ନରେ ଝଡ଼ବର୍ଷା ସହ ବଜ୍ରପାତ ନେଇ ରାଜ୍ୟର ଅଧା ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, କଟକ, ପୁରୀ ଓ ମୟୂରଭଂଜ  କଟକ ଓ ଭୁବନେଶ୍ୱର ସହରବାସୀଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos