ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି SRC। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ଦେବାକୁ ଏସ୍‌ଆରସି କହିଛନ୍ତି। ଲଘୁଚାପ ଯୋଗୁ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ଓ […]

rain4

Manoranjan Sial
  • Published: Thursday, 01 October 2020
  • , Updated: 01 October 2020, 06:59 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି SRC। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ଦେବାକୁ ଏସ୍‌ଆରସି କହିଛନ୍ତି।

ଲଘୁଚାପ ଯୋଗୁ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତାକାଲି ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related story