ଆହୁରି ୩ ଦିନ ବର୍ଷିବ, ଆଜି ପାଇଁ ୧୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ମଧ୍ୟ  ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି। ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱରକୁ […]

heavy rain

heavy rain

Niharika Rout
  • Published: Sunday, 12 September 2021
  • Updated: 12 September 2021, 10:37 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ମଧ୍ୟ  ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି।

ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ  ୱାର୍ଣ୍ଣିଂ ଜାରି ହୋଇଛି।  ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା  ହେବ।  ଏହା  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ୧୩ ତାରିଖ ବେଳକୁ ବର୍ଷା ବଢ଼ିପାରେ। ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ସମୁଦ୍ରରେ ୪୫ରୁ ୬୫ କିମି ପର୍ଯ୍ୟନ୍ତ ପବନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌. ଆର ବିଶ୍ୱାସ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos