ଆହୁରି ୫ଦିନ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍‌ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି […]

rain

Tapaswini Nayak
  • Published: Wednesday, 24 June 2020
  • , Updated: 24 June 2020, 08:58 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍‌ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ, କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୦ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ସେହିପରି ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୪ଟି ଜିଲ୍ଲାରେ ବର୍ଷାର ପରିମାଣ କମ୍ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ସୂଚନା ଦେଇଛନ୍ତି।

ଏଥର ଜୁନ୍ ୧ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠାରୁ ୩୯ ପ୍ରତିଶତ ଅଧିକ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି

Related story