ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।