୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗଜପତି,ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,ପୁରୀ,ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବି ବର୍ଷା ଲାଗି ରହିବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା […]

rain

Tapaswini Nayak
  • Published: Saturday, 18 August 2018
  • , Updated: 18 August 2018, 08:30 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗଜପତି,ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,ପୁରୀ,ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବି ବର୍ଷା ଲାଗି ରହିବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

Related story