ଆଜି ୨୨ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି। ଏହା ସହିତ ୨୨ଟି ଜିଲ୍ଲାକୁ ଏ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, […]

rain

Niharika Rout
  • Published: Thursday, 01 July 2021
  • , Updated: 01 July 2021, 09:31 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି। ଏହା ସହିତ ୨୨ଟି ଜିଲ୍ଲାକୁ ଏ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ କହିଛନ୍ତି।

Related story