ଆଜିଠୁ ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ତିନି ଦିନ ଧରି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଉତ୍ତର ଓଡିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଜୁନ୍‌ ମାସରେ କମ୍‌ ବର୍ଷା ହେବା ସହିତ ଜୁଲାଇ ମାସରେ ମଧ୍ୟ ବର୍ତ୍ତମାନ ସୁଦ୍ଧା ୩୦ ପ୍ରତିଶତ କମ୍ ବର୍ଷା ହୋଇଛି। ତେବେ ଆଗାମୀ ୩ ରୁ ୪ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।