/odisha-reporter/media/post_attachments/uploads/2020/10/rain-1-1.jpg)
rain-1
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି।
Advertisment
ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୨୦ ଓ ୨୧ରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
