ଘନଉଛି ଲଘୁଚାପ, କାଲିଠାରୁ ୨୧ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି। ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା […]

rain-1

Tapaswini Nayak
  • Published: Sunday, 18 October 2020
  • , Updated: 18 October 2020, 08:11 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୨୦ ଓ ୨୧ରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

 

Related story