ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ତାହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର ରୂପ ନେବ। ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଜି ବର୍ଷାର ପରିମାଣ ବଢ଼ିବ । ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅତି ପ୍ରବଳ ବର୍ଷା ଜାରି ରହିବାର ଆଶଙ୍କା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଅନେକ ସ୍ଥାନରେ ପାଗ ମେଘୁଆ ରହିଛି । ଏପରି ସ୍ଥିତିରେ ଆଜି ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଅନୁମାନ କରାଯାଇଛି। ଏଥିଲାଗି ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
#WeatherUpdate🌧️🌧️🌧️
ଉତ୍ତର ବଙ୍ଗୋପସାଗର ତତସଂଲଗ୍ନ କେନ୍ଦ୍ରୀୟବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୁର୍ଣ୍ଣିବଳୟପ୍ରଭାବରେ ଆଗାମୀ #୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ #ଲଘୁଚାପ କ୍ଷେତ୍ର ସମ୍ଭାବନା pic.twitter.com/SdMZmYDuz3
— Meteorological Centre, Bhubaneswar (@mcbbsr) September 19, 2022
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜରା କରାଯାଇଛି।
ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେଣୁ ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଚେତାବନୀ ଜାରି କରାଯାଇଛି।
ଘନୀଭୂତ- ଘୁର୍ଣ୍ଣିବଳୟ!!!
ଆଜିଠୁ ବଢିବ ବର୍ଷାର ପ୍ରଭାବ!!!
୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା
ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି pic.twitter.com/yezTh2FAZq
— Meteorological Centre, Bhubaneswar (@mcbbsr) September 19, 2022
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।