Advertisment

କାଲିଠୁ ଲଘୁଚାପ ! ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ୧୨ ଜିଲ୍ଲାର […]

କାଲିଠୁ ଲଘୁଚାପ ! ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟର ୧୨ ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକ ହେଲା- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କନ୍ଧମାଳ , ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

Advertisment

ଚଳିତ ବର୍ଷ ଅଗଷ୍ଟ ମାସରେ ୨୭% ଅଧିକ ବର୍ଷା ହୋଇଛି। କେବଳ ଗଜପତି ଓ ନୂଆପଡ଼ା ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ, ଗତ ତିନି ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଲଗାତାର ତିନିଟି ଲଘୁଚାପ ସୃଷ୍ଟି ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe