rain-1-1
Advertisment
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି ।
Advertisment
ବିଶେଷ କରି ଏଥର ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/09/rain-1-1.jpg)