Advertisment

୩ ଦିନ ପ୍ରବଳ ବର୍ଷିବ,୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଆଜି ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ନେଇ […]

author-image
Tapaswini Nayak
ଅଦ୍ୟତନ ହୋଇଛି
୫ରୁ ପ୍ରବଳ ଛେଚିବ, ସତର୍କ କଲା ପାଣିପାଗ ବିଭାଗ

Rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଆଜି ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରରେ ସୂଚନା ଅନୁସାରେ, ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟିରେ ଦିନ ତମାମ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ଯୋଗୁ ଟ୍ୱିନ୍ ସିଟିରେ ବନ୍ୟାର ଆଶଙ୍କା ରହିଛି।
ଏହାସହ ଟ୍ରାଫିକ୍ ସମସ୍ୟା ଓ ଯାତାୟାତରେ ମଧ୍ୟ ବାଧା ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

Advertisment

ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ମଧ୍ୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ଏଥିଲାଗି ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତାକାଲି ପାଇଁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି।