rain
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆନ୍ଧ୍ର ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଯୋଗୁ ରାଜ୍ୟରେ ବର୍ଷା ଲାଗି ରହିଛି। ୯ତାରିଖ ଯାଏ ଏହି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ଆଜି ଏହି ସୂଚନା ଦେଇଛନ୍ତି।
ଶ୍ରୀ ଦାଶ କହିଛନ୍ତି, ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ଦକ୍ଷିଣର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ୯ତାରିଖ ଯାଏ ବର୍ଷା ଲାଗି ରହିବ। ହେଲେ ବର୍ଷାର ବସ୍ତୁତି କମ୍ ରହିବ।
ଶ୍ରୀ ଦାଶ ଆହୁରି କହିଛନ୍ତି କହିଛନ୍ତି,ଗତ ୨୪ଘଣ୍ଟା ମଧ୍ୟରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାରେ ସର୍ବାଧିକ ବର୍ଷା ହୋଇଛି। ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି।
ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ଟ୍ରାଫିକ ସମସ୍ୟା ଦେଖାଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/09/rain-5.jpg)