୧୯ ଓ୨୦ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ଡିଜି  ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା […]

iMD DG

  • Published: Thursday, 18 August 2022
  • , Updated: 18 August 2022, 02:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ଡିଜି  ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା ହେବ। ଆଜି ବେଶି ବର୍ଷା ହେବ ନାହିଁ। ହେଲେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବ। ସବୁ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଓ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଆଇଏମ୍‌ଡି ଡିଜି କହିଛନ୍ତି, ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ସେହି ସମୟରେ ଛତିଶଗଡ଼ରେ ମଧ୍ୟ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଛତିଶଗଡ଼ରେ ଗୋଟିଏ ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୧୯ ଓ ୨୦ ତାରିଖରେ ହେବାକୁ ଥିବା ବର୍ଷାର ପ୍ରଭାବ ନଦୀଗୁଡ଼ିକ ଉପରେ ପଡ଼ିବ। ଯେଉଁ ନଦୀ ଗୁଡ଼ିକରେ ବନ୍ୟା ସ୍ଥିତି ରହିଛି, ସେଗୁଡ଼ିକ ଅଧିକ ପ୍ରଭାବିତ ହୋଇପାରନ୍ତି। ଉତ୍ତର-ପଶ୍ଚିମ ଓଡ଼ିଶାର ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ଆଜିଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଆଇଏମ୍‌ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି।

 

Related story