ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହା ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ାରେ ବି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।
ଏପଟେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଜିଲ୍ଲାପାଳମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ଜିଲ୍ଲା ପ୍ରଶାସନକୁ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ସତର୍କ ଓ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।