ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ବର୍ଷାରେ ଭିଜିବ ସାରା ଓଡ଼ିଶା। ଖୁବ୍ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି।
ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ଟ୍ୱିଟ ଅନୁଯାୟୀ, ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
[caption id="attachment_766859" align="aligncenter" width="650"] ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ଚିତ୍ର ।[/caption]
୧୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର।
💧୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର, ତଥା ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
💧୧୮ରେ ଦକ୍ଷିଣ ଓଡ଼ିଶାରେ ବିସ୍ତୃତି ବର୍ଷା
💧୧୯ ରେ ରାଜ୍ୟରେ ବିସ୍ତୃତି ବର୍ଷା ସହ ବଢିବ ବର୍ଷାର ପରିମାଣ
— Meteorological Centre, Bhubaneswar (@mcbbsr) September 16, 2022
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।