ଆସୁଛି ଲଘୁଚାପ, ପୁଣି ଥରେ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ବର୍ଷାରେ ଭିଜିବ ସାରା ଓଡ଼ିଶା। ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି। ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ଟ୍ୱିଟ ଅନୁଯାୟୀ, ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ […]

rain

  • Published: Friday, 16 September 2022
  • , Updated: 16 September 2022, 01:32 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ବର୍ଷାରେ ଭିଜିବ ସାରା ଓଡ଼ିଶା। ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି।

ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ଟ୍ୱିଟ ଅନୁଯାୟୀ, ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

[caption id="attachment_766859" align="aligncenter" width="650"] ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ଚିତ୍ର ।[/caption]

୧୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର।

Related story