ତିନି ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ […]

rain-111

Ranjit Kumar Jena
  • Published: Tuesday, 20 October 2020
  • , Updated: 20 October 2020, 07:57 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି।

ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମୁଦ୍ର ଅଶାନ୍ତ ରହୁଥିବା ଆଶଙ୍କାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ କରାଯାଇଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related story