୮ ଜିଲ୍ଲାରେ ବର୍ଷା ବିତ୍ପାତ ଆଶଙ୍କା, ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଆସନ୍ତା ୪୮ ଘଣ୍ଟାରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଅନୁମାନ କରାଯାଉଛି । ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର ବୌଦ୍ଧ, କଟକ ଓ ଜଗତସିଂହପୁର । ସେପଟେ ସମ୍ଭାବ୍ୟ ବର୍ଷା […]

h-777

Ordigital Desk
  • Published: Tuesday, 14 August 2018
  • , Updated: 14 August 2018, 07:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଆସନ୍ତା ୪୮ ଘଣ୍ଟାରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଅନୁମାନ କରାଯାଉଛି ।

ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର ବୌଦ୍ଧ, କଟକ ଓ ଜଗତସିଂହପୁର । ସେପଟେ ସମ୍ଭାବ୍ୟ ବର୍ଷା ସ୍ଥିତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି।  ଏହି ଅବସରରେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରହିଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।  ସମୀକ୍ଷା ବୈଠକ ପରେ ଏସ୍ଆରସି ଏହି ସୂଚନା ଦେଇଛନ୍ତି ।

ଅନ୍ୟପଟେ ରାଜ୍ୟର ଆଜି ରାତି ୯ଟା ପର୍ଯ୍ୟନ୍ତ ରାଜ୍ୟର ୧୬ ଜିଲ୍ଲାକୁ ବର୍ଷା, ଝଡ଼ ତୋଫାନ ଓ ବଜ୍ରପାତ ବିପଦ ରହିଥିବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Related story