Advertisment

ଘନୀଭୂତ ହେଉଛି ଲଘୁଚାପ, କାଲିଠୁ ୨୮ ଯାଏ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୨୮ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଡ. ସାହୁ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସହରର ଆକାଶ ମେଘାଚ୍ଛନ୍ନ ରହିଥିଲା। ଏପରି […]

author-image
Sampad Mahapatra
ଦିଲ୍ଲୀରେ ମୂଷଳାଧାର ବର୍ଷା: ଅନେକ ଅଞ୍ଚଳ ଜଳମଗ୍ନ

Heavy rains Delhi

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି।

Advertisment

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୨୮ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ଡ. ସାହୁ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସହରର ଆକାଶ ମେଘାଚ୍ଛନ୍ନ ରହିଥିଲା। ଏପରି କି କିଛି ସ୍ଥାନରେ କାଁଭାଁ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି। ତେବେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

Advertisment

ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଦେବଗଡ଼, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

୨୮ ତାରିଖ ଯାଏ ଏଭଳି ପାଗ ଲାଗି ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି।