ଆସନ୍ତା ୨୦ ଓ ୨୧ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି। ଆସନ୍ତା ୨୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୧ ତାରିଖରେ ନୂଆପଡ଼ା, […]

heavy-rain-in-eight-district

Manoranjan Sial
  • Published: Tuesday, 18 September 2018
  • , Updated: 18 September 2018, 03:54 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି।

ଆସନ୍ତା ୨୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ। ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖି ପରାମର୍ଶ ଦେଇଛନ୍ତି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Related story