୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ତଥା ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ […]

16ORIRAIN1_192845

Sampad Mahapatra
  • Published: Saturday, 18 August 2018
  • , Updated: 18 August 2018, 02:46 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ତଥା ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି।

ଡ.ସାହୁଙ୍କ ଆକଳନ ଅନୁଯାୟୀ, ଆସନ୍ତାକାଲି ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ପୁରୀ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୦ ତାରିଖରେ କୋରାପୁଟ, ରାୟଗଡ଼ା, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଅଗଷ୍ଟ ୨୧ ତାରିଖରେ ମଧ୍ୟ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ଡ.ସାହୁ ଆକଳନ କରିଛନ୍ତି।

Related story