HEAVY-RAIN-1
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆଉ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୭. ୩ ମିଲିମିଟର ବର୍ଷା ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୭ ପ୍ରତିଶତ କମ୍ । କେବଳ ମାଲକାନଗିରିରେ ଅଧିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/08/HEAVY-RAIN-1.jpg)