ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନବଗଠିତ ଐତିହ୍ୟ କ୍ୟାବିନେଟ୍ର ପ୍ରଥମ ବୈଠକ ଆସନ୍ତା ୨୭ ତାରିଖରେ ବସିବ। ଏଥିରେ ପ୍ରାୟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସଚିବାଳୟରେ ଅପରାହ୍ନ ୫ଟା ୪୫ ମିନିଟ୍ରେ ଐତିହ୍ୟ କ୍ୟାବିନେଟ୍ ବୈଠକ ବସିବ। ଗତ ସପ୍ତାହରେ ଏହି ଐତିହ୍ୟ କ୍ୟାବିନେଟ୍ ଗଠନ ପାଇଁ ସଂସଦୀୟ ବ୍ୟାପାର ବିଭାଗ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିଲା। ଐତିହ୍ୟ କ୍ୟାବିନେଟ୍ରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ୮ ଜଣ ସଦସ୍ୟ ଅଛନ୍ତି। ଅର୍ଥମନ୍ତ୍ରୀ, ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ଅନୁସୂଚିତ ଜାତି-ଜନଜାତି ମନ୍ତ୍ରୀ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ, ବୟନଶିଳ୍ପ ମନ୍ତ୍ରୀ ଓ ଆଇଟି ମନ୍ତ୍ରୀ ସଦସ୍ୟ ଥିବାବେଳେ ଐତିହ୍ୟ କ୍ୟାବିନେଟ୍ର ସଚିବ ଭାବେ ମୁଖ୍ୟ ସଚିବ ଦାୟିତ୍ୱ ତୁଲାଇବେ। ଉଲ୍ଲେଖଯୋଗ୍ୟ, ୨୦୧୭ ଡିସେମ୍ୱର ୨୬ ତାରିଖରେ ରାଜ୍ୟ ସରକାର ଐତିହ୍ୟ କ୍ୟାବିନେଟ୍ ଗଠନ ପାଇଁ ନିଷ୍ପତ୍ତି ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।