ଆଜି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଆଜି ଗଭୀର ଅବପାତର ରୂପ ନେବ । ଆଜି ଅପରାହ୍ନରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାଡ଼ା ମଝିରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ନେଇ ଆକଳନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା […]

heavy-rain-all-over-odisha

heavy-rain-all-over-odisha

Niharika Rout
  • Published: Friday, 23 October 2020
  • Updated: 23 October 2020, 07:43 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଆଜି ଗଭୀର ଅବପାତର ରୂପ ନେବ । ଆଜି ଅପରାହ୍ନରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାଡ଼ା ମଝିରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ସୂଚନା  ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ପାରାଦୀପଠାରୁ ୯୦ କିଲୋମିଟର ଦୂରରେ ରହିଛି । ପଶ୍ଚିମ ବଙ୍ଗସାଗର ଦୀପଠାରୁ ଏହା ୧୭୦ କିଲୋମିଟର ଦୂରରେ ରହିଛି । ଏହା ଉତ୍ତର- ଉତ୍ତର ପୂର୍ବ ଦିଗରେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି।

ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ସତର୍କ ସଙ୍କେତ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି ।

ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟା ଯାଏ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକର ସମୁଦ୍ରକୂଳକୁ ଲାଗିଥିବା ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ବେଳେ ବେଳେ ପବନର ବେଗ ୫୦ କିଲୋମିଟରକୁ ମଧ୍ୟ ଛୁଇଁପାରେ ।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । କଚ୍ଚା ଘର ପ୍ରତି ବିପଦ ଥିବା କୁହାଯାଇଛି। ସେହିପରି ଆଜି ସକାଳ  ୮ଟା ୩୦ ଯାଏ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଏବଂ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos