Advertisment

SCBରୁ ଫେରାର ହୋଇଗଲା ହାଇଦର

କଟକ(ଓଡ଼ିଶା ରିପୋର୍ଟର): କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହୋଇଯାଇଥିବା ସୂଚନା ମିଳିଛି। SCB ସର୍ଜରୀ ୱାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।  ଚିକିତ୍ସା ପାଇଁ SCBରେ ଭର୍ତ୍ତି ହୋଇଥିବା ବେଳେ ଚକମା ଦେଇ ଖସିଯାଇଛି ହାଇଦର। ୧୨ ଦିନ ତଳେ ଚିକିତ୍ସା ପାଇଁ SCBରେ ଭର୍ତ୍ତି ହୋଇଥିଲା ହାଇଦର। ବୁର୍ଲା ମେଡିକାଲରୁ ରେଫର ହୋଇ SCB ଆସିଥିବା ହାଇଦର ସର୍ଜରୀ ବିଭାଗ ୫ ନମ୍ବର କ୍ୟାବିନରେ ଥିଲା । ତାକୁ ଜଗିବା ପାଇଁ ଜଣେ ସୁରକ୍ଷା କର୍ମୀ […]

author-image
Tapas Behera
ଅଦ୍ୟତନ ହୋଇଛି
SCBରୁ ଫେରାର ହୋଇଗଲା ହାଇଦର

gangstar

କଟକ(ଓଡ଼ିଶା ରିପୋର୍ଟର): କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହୋଇଯାଇଥିବା ସୂଚନା ମିଳିଛି। SCB ସର୍ଜରୀ ୱାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।  ଚିକିତ୍ସା ପାଇଁ SCBରେ ଭର୍ତ୍ତି ହୋଇଥିବା ବେଳେ ଚକମା ଦେଇ ଖସିଯାଇଛି ହାଇଦର। ୧୨ ଦିନ ତଳେ ଚିକିତ୍ସା ପାଇଁ SCBରେ ଭର୍ତ୍ତି ହୋଇଥିଲା ହାଇଦର।

Advertisment

ବୁର୍ଲା ମେଡିକାଲରୁ ରେଫର ହୋଇ SCB ଆସିଥିବା ହାଇଦର ସର୍ଜରୀ ବିଭାଗ ୫ ନମ୍ବର କ୍ୟାବିନରେ ଥିଲା । ତାକୁ ଜଗିବା ପାଇଁ ଜଣେ ସୁରକ୍ଷା କର୍ମୀ ନିୟୋଜିତ ଥିଲେ। ସୁରକ୍ଷା କର୍ମୀଙ୍କୁ ନିଶା ଦେଇ ହାଇଦର ଖସି ଯାଇଥିବା ସୂଚନା ମିଳିଛି।

ସମ୍ବଲପୁର ସର୍କଲ ଜେଲରେ ବନ୍ଦୀ ଜୀବନ ବିତାଉଥିଲା ହାଇଦର। ଅସୁସ୍ଥ ହେବାରୁ ପ୍ରଥମେ ତାକୁ ବୁର୍ଲା ଓ ପରେ SCB ପଠାଯାଇଥିଲା।

Advertisment

ଏକାଧିକ ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ହାଇଦର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ର ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଅତିରିକ୍ତ ଜିଲ୍ଲା ଜଜ୍ କୋର୍ଟ ୨୦୧୫ ମସିହାରେ ଏହି ରାୟ ଦେଇଥିଲେ। ୨୦୦୭ ମସିହା ମେ’ ୨୭ ତାରିଖରେ ରଶ୍ମିରଞ୍ଜନଙ୍କୁ ହତ୍ୟା କରାଯାଇଥିଲା। କେନ୍ଦୁଝରର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ର ଭୁବନେଶ୍ୱର ସହିଦ ନଗର ଆସିଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା।

ଅପହରଣକାରୀମାନେ ତାଙ୍କ ମୁଣ୍ଡ ଜାମିନ ରଖି ତାଙ୍କ ପରିବାର ଲୋକଙ୍କୁ ଟଙ୍କା ମାଗିଥିଲେ। ତେବେ ପରେ ତାଙ୍କର ମୃତଦେହ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜମସେଦପୁର ଅଞ୍ଚଳରୁ ମିଳିଥିଲା। ଡିଏନଏ ଟେଷ୍ଟରୁ ତାହା ରଶ୍ମିରଞ୍ଜନଙ୍କ ମୃତଦେହ ବୋଲି ଚିହ୍ନଟ ହୋଇଥିଲା।

Gangster Hyder