କଟକ(ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତିକୁ ହାଇକୋର୍ଟ ବାର୍ ଆସୋସିଏସନ ତୀବ୍ର ବିରୋଧ କରିଛି। ପ୍ରତିବାଦରେ ଆଇନଜୀବୀମାନେ ଗତକାଲିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଆସନ୍ତାକାଲି ପର୍ଯ୍ୟନ୍ତ ସେମାନେ କାର୍ଯ୍ୟରେ ଯୋଗଦେବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି।
ବିଚାରପତି ନିଯୁକ୍ତି ପ୍ରସଙ୍ଗରେ ଉଭୟ ହାଇକୋର୍ଟ କଲେଜିୟମ ଓ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତିକୁ ବାର୍ ଦୃଢ ନିନ୍ଦା କରିବା ସହ ଏହାକୁ ଉଚ୍ଛେଦ ପାଇଁ ଦାବି କରିଛି। କଲେଜିୟମ ବ୍ୟବସ୍ଥା ଦ୍ୱାରା ବିଚାରପତି ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ ହୋଇପାରୁ ନ ଥିବା ଦର୍ଶାଇଛି ବାର୍। ଏହା ବଦଳରେ ଜାତୀୟ ନ୍ୟାୟିକ ଆୟୁକ୍ତ ବା (NJC) ଲାଗୁ ପାଇଁ ବାର୍ ପକ୍ଷରୁ ଉଦ୍ୟମ କରାଯିବ ବୋଲି କୁହାଯାଇଛି। ଏହି ପ୍ରସଙ୍ଗରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ର ଆଇନମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ବାର୍ ନିଷ୍ପତ୍ତି ଗ୍ରହଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।