କଟକ (ଓଡ଼ିଶା ରିପୋର୍ଟର): ବଦଳିବନି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପରୀକ୍ଷା ତାରିଖ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଆସନ୍ତା ରବିବାର ଅର୍ଥାତ ୨୦ ତାରିଖରେ ହିଁ ପରୀକ୍ଷା ହେବ। ପରୀକ୍ଷା ଘୁଞ୍ଚାଇବା ପାଇଁ ଦାଏର ପିଟିସନକୁ ଖାରଜ କରି ପରୀକ୍ଷା ଆଉ ଘୁଞ୍ଚି ପାରିବନି ବୋଲି କହିଛନ୍ତି ହାଇକୋର୍ଟ। ମଝିରେ ମାତ୍ର ଦିନଟିଏ ଥିବାରୁ ପରୀକ୍ଷା ଉପରେ ସ୍ଥଗିତାଦେଶ ଦେବାକୁ ହାଇକୋର୍ଟ ସିଧାସଳଖ ମନାକରିଦେଇଛନ୍ତି।
ଗୋଟିଏ ଦିନରେ ଏଏସ୍ଓ ପରୀକ୍ଷା ସହ ଜାତୀୟସ୍ତରର ଆଇବିପିଏସ୍ ମେନ୍ ଏବଂ ଆରଆରବି ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ରହିଛି। ତେଣୁ ରାଜ୍ୟସ୍ତରରେ ହେବାକୁ ଥିବା ଏହି ପରୀକ୍ଷାକୁ ସ୍ଥଗିତ ରଖି ଅନ୍ୟ ଦିନରେ କରିବା ପାଇଁ କେତେକ ପରୀକ୍ଷାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୂର୍ବରୁ ଏହି ପରୀକ୍ଷା ଡିସେମ୍ବର ୨୩ରେ ହେବାକୁ ଥିଲା। ତେବେ କୌଣସି କାରଣ ବଶତଃ ଏହାକୁ ଜାନୁୟାରୀ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ଯାହାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ପରୀକ୍ଷାର୍ଥୀମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଧାରଣା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।