/odisha-reporter/media/media_files/2026/01/06/high-court-2026-01-06-19-18-00.jpg)
ବୈଧ ପ୍ରଦୂଷଣ ପ୍ରମାଣପତ୍ର (PUCC)ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ପରିବହନ କମିଶନର ଓ ରାଜ୍ୟ ସରକାରଙ୍କୁ ନୋଟିସ୍ ପଠାଇଛନ୍ତି ହାଇକୋର୍ଟ। ଚାଲାଣ ପୈଠ କରି ନଥିବା ଗାଡ଼ି ମାଲିକଙ୍କୁ PUCC ସାର୍ଟିଫିକେଟ ନଦେବା ପ୍ରସଙ୍ଗରେ ପରିବହନ କମିଶନରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି ହାଇକୋର୍ଟ। ଦୁଇ ସପ୍ତାହ ମଧ୍ୟରେ ସତ୍ୟପାଠ ଜରିଆରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତିନି ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି ହାଇକୋର୍ଟ।
ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ୨୦୨୫ ମସିହା ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ ଗାଡ଼ି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା। ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ଗତକାଲି ହାଇକୋର୍ଟରେ ରୁଜୁ ହୋଇଥିଲା ଜନସ୍ୱାର୍ଥ ମାମଲା।
ମୋଟର ଯାନ ଆଇନ-୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ-୧୯୮୯ର ଉଲଂଘନ କରି ଏହି ନିର୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମାମଲାରେ ଉଲ୍ଲେଖ କରାଯାଇଥିଲା। PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ନିୟମ ସମ୍ପୂର୍ଣ୍ଣ ରୂପେ ଓଡ଼ିଶାର ପ୍ରତ୍ୟେକ ଗାଡ଼ି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ। ଏଥିସହିତ ଗାଡ଼ିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଛି, ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
