ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ାରେ ଥିବା ବେଦାନ୍ତ କମ୍ପାନୀ ମୁଖ୍ୟ ଫାଟକ ଆଗରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ ବିଭିନ୍ନ ଦାବି ନେଇ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି।
ବେଦାନ୍ତ ଆସ୍ପଣ୍ଡ ବା ପାଉଁସ ପୋଖରୀ ଦ୍ୱାରା କଟିକେଲା ଗାଁର କ୍ଷତିଗ୍ରସ୍ତ ପରିବାର ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଉଚିତ କ୍ଷତିପୂରଣ ସହ ସ୍ଥାୟୀ ନିଯୁକ୍ତି ଓ ସମସ୍ତ ଗ୍ରାମବାସୀଙ୍କୁ ବିସ୍ଥାପନ କରିବାକୁ ଦାବି ହୋଇଛି।
ଗତ ୨୦୧୭ ମସିହା ଅଗଷ୍ଟ ୨୮ ତାରିଖରେ ବେଦାନ୍ତ ଆସ୍ପଣ୍ଡ ଭାଙ୍ଗି କଟିକେଲା ଗାଁର ଅନେକ ଘର କ୍ଷତିଗ୍ରସ୍ତ ହୋଇଥିଲା। ସେହିଦିନ ଠାରୁ ଗ୍ରାମବାସୀମାନେ କ୍ଷତିପୂରଣ ପାଇଁ ଦାବି କରିଆସୁଛନ୍ତି। ମାତ୍ର ବେଦାନ୍ତ କର୍ତ୍ତୃପକ୍ଷ କି ଜିଲ୍ଲା ପ୍ରଶାସନ ଏଥିପ୍ରତି ଧ୍ୟାନ ଦେଉନଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।