ପୁରୀ (ଓଡ଼ିଶା ରିପୋର୍ଟର) ପୁରୀ ବାସେଳୀ ସାହି ହାଜତ ମୃତ୍ୟୁ ମାମଲାର ତଦନ୍ତକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଭିଯୋଗ ଆସିଥିବା ପୁଲିସ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି କି ନାହିଁ, ସେନେଇ ପ୍ରଶ୍ନ କରିଛନ୍ତି ଉଚ୍ଚ ନ୍ୟାୟାଳୟ। ତାସହ ସଂପୃକ୍ତ ପୁଲିସ କର୍ମଚାରୀଙ୍କ ବିରୋଧରେ ୩୦୨ ଦଫା ଲାଗିଛି କି ନାହିଁ ବୋଲି ମଧ୍ୟ ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏହାଛଡ଼ା ମୃତକଙ୍କ ପୋଷ୍ଟମର୍ଟମ ରିପୋର୍ଟ ଓ ନ୍ୟାୟିକ ତଦନ୍ତ ରିପୋର୍ଟ ବି ମାଗିଛନ୍ତି । ଏଥିସହ ସ୍ୱାସ୍ଥ୍ୟ ପରୀକ୍ଷା ଓ ଆକ୍ସନ ଟେକେନ ରିପୋର୍ଟ ବି ମଗାଯାଇଛି । ମାମଲାର ପରବର୍ତ୍ତୀ ଶୁଣାଣି ମଧ୍ୟରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ କୋର୍ଟ କହିଛନ୍ତି । ମାମଲାର ତଦନ୍ତ ସଠିକ ଦିଗରେ ଯାଉଛି କି ନାହିଁ ସେ ନେଇ ଦୃଷ୍ଟି ଦେବାକୁ ଏଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରି ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ଲାଗି ଦିନ ଧର୍ଯ୍ୟ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।