ସମ୍ବଲପୁର (ସଞ୍ଜୟ ଜେନା): ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ଲୋକସଭାରେ ଉଠିଛି । ଏ ସଂକ୍ରାନ୍ତରେ ସମ୍ବଲପୁର ସାଂସଦ ନିତୀଶ ଗଙ୍ଗଦେବଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ । ସାଂସଦଙ୍କୁ ଏନେଇ ଚିଠି କରି ଉତ୍ତର ଦେଇଛନ୍ତି ଆଇନମନ୍ତ୍ରୀ ।
ଆଇନମନ୍ତ୍ରୀ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି, ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ସେ ଗତ ଜାନୁଆରୀରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏନେଇ କମିଟି ମଧ୍ୟ ଗଠିତ ହୋଇଥିଲା ।
ତେବେ ଓଡ଼ିଶା ସରକାର ଓ ହାଇକୋର୍ଟ ନିଜ ସ୍ପଷ୍ଟ ଆଭିମୁଖ୍ୟ ପ୍ରକାଶ କରିନାହାନ୍ତି । ଏହାପରେ ହିଁ ପରବର୍ତ୍ତୀ କାର୍ଯ୍ୟପନ୍ଥା କେନ୍ଦ୍ର ସରକାର ଗ୍ରହଣ କରିପାରିବେ ବୋଲି ଚିଠିରେ ଦର୍ଶାଇଛନ୍ତି ଆଇନମନ୍ତ୍ରୀ । ଗତ ମାସ ୨୫ ତାରିଖରେ ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେବ ଏନେଇ ଗୃହରେ ପ୍ରଶ୍ନ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।