/odisha-reporter/media/post_attachments/uploads/2021/07/bus.jpg)
Bus
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ବସ୍ ଭଡ଼ା ବଢ଼ାଇଛନ୍ତି ରାଜ୍ୟ ସରକାର।
ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକଙ୍କ ସୂଚନା ମୁତାବକ, ସାଧାରଣ ବସ୍ ଭଡ଼ା କିମି ପିଛା ୮୯ ପଇସାରୁ ୯୨ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ ବସ୍ ଭଡ଼ା କିମି ପିଛା ୯୩ ପଇସାରୁ ୯୬ ପଇସା ବଢିଛି।
ସେହିପରି ଡିଲକ୍ସ ବସ୍ କିଲୋମିଟର ପ୍ରତି ଭଡ଼ା ୧ ଟଙ୍କା ୨୯ ପଇସାରୁ ୧ ଟଙ୍କା ୩୫ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ବସ୍ ଭଡ଼ା ୧ଟଙ୍କା ୫୭ ପଇସାରୁ ୧ଟଙ୍କା ୬୩ ପଇସାକୁ ବୃଦ୍ଧି ପାଇଛି। ଏହାସହ ସୁପର ପ୍ରିମିୟମ ବସ୍ ଭଡ଼ା ୨ଟଙ୍କା ୪୪ରୁ ବଢି ୨ ଟଙ୍କା ୫୩ ପଇସା ହୋଇଛି।
ସୂଚନାଯୋଗ୍ୟ, କ୍ରମାଗତ ଭାବେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ ମଧ୍ୟ ତୈଳ ଦର ମହଙ୍ଗା ହୋଇଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରେ ଆଜି ପେଟ୍ରୋଲର ଲିଟର ପିଛା ଦାମ ୫୨ ପଇସା ବଢ଼ିଛି। ସେହିପରି ଡିଜେଲ ୫୫ ପଇସା ମହଙ୍ଗା ହୋଇଛି। ବର୍ଦ୍ଧିତ ଦର ପରେ ପେଟ୍ରୋଲର ଲିଟର ପିଛା ଦାମ ୧୦୬.୪୨ ଟଙ୍କା ଓ ଡିଜେଲ ଦର ୧୦୨.୭୭ ଟଙ୍କା ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
