ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲିଲା

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲାଯାଇଛି। ଗତକାଲି ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଆଉ ୭ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ଜଳସ୍ତର ୬୨୦. ୮୭ ମିଟର ରହିଛି। ମହାନଦୀର ଉପମୁଣ୍ଡରେ ବର୍ଷାର ପରିମାଣ ବଢିଥିବାରୁ ଇବ୍ ନଦୀରେ ବର୍ଷା ପାଣି ଆସି ହୀରାକୁଦ ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି। ଆଜି  ସକାଳ ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୭୫ […]

Hirakud-Dam

Hirakud-Dam

Tapaswini Nayak
  • Published: Monday, 19 August 2019
  • Updated: 19 August 2019, 11:41 AM IST

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲାଯାଇଛି। ଗତକାଲି ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଆଉ ୭ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ଜଳସ୍ତର ୬୨୦. ୮୭ ମିଟର ରହିଛି।

ମହାନଦୀର ଉପମୁଣ୍ଡରେ ବର୍ଷାର ପରିମାଣ ବଢିଥିବାରୁ ଇବ୍ ନଦୀରେ ବର୍ଷା ପାଣି ଆସି ହୀରାକୁଦ ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି। ଆଜି  ସକାଳ ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୭୫ ହଜାର କ୍ୟୁସେକ୍ ଜଳ ପ୍ରବେଶ କରିଛି। ସେହିପରି ଏଠାରୁ ୨ ଲକ୍ଷ ୩୭ ହଜାର ୯୧୦ ଘନଫୁଟ୍  କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି।

ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲିବା ପରେ କଟକ ମୁଣ୍ଡଳିରେ ସର୍ବାଧିକ ୪ ଲକ୍ଷ କ୍ୟୁସେକ୍‌ ଜଳ ନିଷ୍କାସନ ହେବ ବୋଲି କହିଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos