ସମ୍ବଲପୁର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍। ସକାଳ ୧୧ ଟା ବେଳେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ଏନେଇ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ।
ଜଳଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀ ଓ ତା'ର ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି।
ହୀରାକୁଦ ଡ୍ୟାମ୍ ମୁଖ୍ୟଯନ୍ତ୍ରୀଙ୍କ କହିବା ମୁତାବକ, ଉପରମୁଣ୍ଡରେ ୧୫.୭୧ ମିଲିମିଟର ବର୍ଷା ହୋଇଛି। ଏ ବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍ ଅତିକ୍ରମ କରିଛି । ଶୁକ୍ରବାର ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍ ଜଳ ପ୍ରବେଶ କରିଛି। ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍ ଯାଏ ପହଞ୍ଚିବ ବୋଲି ଆକଳନ କରାଯାଇଛି। ତେଣୁ ସୋମବାର ପ୍ରଥମ ପର୍ଯ୍ୟାୟରେ ୫ଟି ଗୋଟ୍ ଖୋଲିବାକୁ ନିଷ୍ପତ୍ତି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।